26.1 C
Bhubaneswar
Friday, March 27, 2026
Homeଓଡିଶାଅଜଣା ଗାଡ଼ି ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ

ଅଜଣା ଗାଡ଼ି ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ୪୯ ବୁଧନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଚେମେଣାଠାରେ ବୁଧବାର ସନ୍ଧ୍ୟାରେ ଅଜଣା ଗାଡ଼ି ଧକ୍କାରେ ୨ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତବ୍ୟକ୍ତିମାନେ ହେଲେ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଭୃଙ୍ଗରାଜପଶି ଗ୍ରାମର କୁନା ମୁଣ୍ଡା (୪୫) ଓ ଶୁକଦେବ ମୁଣ୍ଡା (୩୨)। ଉଭୟ ଏକ ବାଇକରେ ତୁରୁମୁଙ୍ଗା ବଜାରରୁ ନିଜ ଗାଁ ଭୃଙ୍ଗରାଜପଶିକୁ ଯାଉଥିଲାବେଳେ ଚେମେଣାରେ ଦୁର୍ଘଟଣାର ଶିକାର ହୋଇଥିଲେ। ଘଟଣାସ୍ଥଳରେ ହିଁ କୁନାଙ୍କ ମୃତ୍ୟୁ ହୋଇଯାଇଥିଲା। ଗୁରୁତର ଅବସ୍ଥାରେ ଶୁକଦେବଙ୍କୁ କେନ୍ଦୁଝର ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ତୁରୁମୁଙ୍ଗା ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking