ନୂଆଦିଲ୍ଲୀ: ହାରର ସୁପୌଲରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ତିନି ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଜିଲ୍ଲାର କିଷାନପୁର ଥାନା ଅଞ୍ଚଳର ନେମାନମା ଚୌକ ନିକଟରେ ଏହି ଘଟଣା ଘଟିଛି। ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ପରେ ସମସ୍ତ ଯୁବକ ରାସ୍ତା ଉପରେ ଛିଟିକି ପଡ଼ିଥିଲେ।ନିକଟସ୍ଥ ବାସିନ୍ଦାମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ସ୍ଥାନୀୟ ବାସିନ୍ଦାଙ୍କ ସହାୟତାରେ ପୋଲିସ ତୁରନ୍ତ ଆହତମାନଙ୍କୁ ସୁପୌଲ ସଦର ହସ୍ପିଟାଲକୁ ସ୍ଥାନାନ୍ତର କରିଥିଲା। ଚିକିତ୍ସା ସମୟରେ ଆଉ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା। ବର୍ତ୍ତମାନ, ଦୁଇ ଆହତଙ୍କ ଚିକିତ୍ସା ଚାଲିଛି। ଡାକ୍ତରମାନେ କହିଛନ୍ତି ଯେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଦୁର୍ଘଟଣାରେ ଉଭୟ ବାଇକ୍ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।ଘଟଣା ସମ୍ପର୍କରେ ସୂଚନା ପାଇବା ପରେ, କିଷାନପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତଦେହଗୁଡ଼ିକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି।










