40.1 C
Bhubaneswar
Tuesday, April 30, 2024
Homeଦେଶ ବିଦେଶସଡକ ଦୁର୍ଘଟଣାରେ ୨ ଭାଇ ମୃତ

ସଡକ ଦୁର୍ଘଟଣାରେ ୨ ଭାଇ ମୃତ

ବିହାର : ବିହାରରେ ଘଟିଛି ସଡକ ଦୁର୍ଘଟଣା । ଦୁର୍ଘଟଣାରେ ଦୁଇ ଭାଇଙ୍କର ମୃତ୍ୟୁ ହୋଇଛି । ଦୁଇ ଭାଇ ଭଉଣୀ ବାହାଘର ପାଇଁ ମ୍ୟାରେଜ ହଲ୍ ବୁକ୍ କରିବା ପାଇଁ ଯାଇଥିଲେ । ହଲ୍ ବୁକ୍ କରି ବାଇକ ଯୋଗେ ଘରକୁ ଫେରୁଥିବା ସମୟରେ ଏକ ଟ୍ରାକ୍ଟର ସେମାନଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ଘଟଣାସ୍ଥଳରେ ଦୁଇ ଭାଇ ଗୁରୁତର ଆହତ ହୋଇଥିଲେ । ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତ ଦୁଇ ଭାଇଙ୍କର ପରିଚୟ ମିଳିଛି ବୋଲି ସୂଚନା ମିଳିଛି । ଏହି ଘଟଣା ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି । ଦୁର୍ଘଟଣା ପରେ ଟ୍ରାକ୍ଟର ଚାଳକ ଘଟଣାସ୍ଥଳରୁ ଚମ୍ପଟ ମାରିଛି । ପୋଲିସ ଟ୍ରାକ୍ଟରକୁ ଜବତ ରଖି ଘଟଣାର ତଦନ୍ତ କରୁଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking