ଆଳି: ଆଳିରୁ ଏକ ମର୍ମନ୍ତୁଦ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି । କଟକ- ଚାନ୍ଦିବାଲି ରାସ୍ତା ଶାସନ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ସୂଚନା ଅନୁସାରେ ଶାସନ ଛକ ନିକଟରେ କାର୍ ଏବଂ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ଘଟଣାସ୍ଥଳରୋ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପୋଲିସ ମୃତଦେହକୁ ହେପାଜତକୁ ନେଇ କିପରି ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଲା ତଦନ୍ତ କରୁଛୁ ।










