30.1 C
Bhubaneswar
Sunday, June 16, 2024
Homeଓଡିଶାଆସନ୍ତା ୨୬ରେ ପ୍ରକାଶ ପାଇବ +୨ ପରୀକ୍ଷାଫଳ

ଆସନ୍ତା ୨୬ରେ ପ୍ରକାଶ ପାଇବ +୨ ପରୀକ୍ଷାଫଳ

ଭୁବନେଶ୍ୱର : ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତଦୁଇ ପରୀକ୍ଷାଫଳ । ସେହିଦିନ ଅପରାହ୍ଣ ସମୟରେ ଫଳାଫଳ ପ୍ରକାଶ କରାଯିବ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାର ଫଳ ପ୍ରକାଶ ପାଇବ । ଏକ ସମୟରେ ସମସ୍ତ ପରୀକ୍ଷା ଫଳାଫଳ ପ୍ରକାଶ ପାଇବ ବୋଲି ପୂର୍ବରୁ ଚର୍ଚ୍ଚା ହେଉଥିଲା । ପରୀକ୍ଷାଫଳ ବାବଦରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ଏ ବାବଦରେ ସୂଚନା ଦିଆଯାଇଛି । www.orissaresults.nic.in ରେ ପ୍ରକାଶ ପାଇବ ରେଜଲ୍ଟ । ପରୀକ୍ଷାର୍ଥୀମାନେ ଯାଇ ଏହି ସାଇଟ ରେ ଦେଖିପାରିବେ । ସୂଚନାଯୋଗ୍ୟ, ଗତ ଫେବ୍ରୁଆରୀ ୧୬ରୁ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା । ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ମେ ୧୫ ତାରିଖ ସୁଦ୍ଧା ଫଳାଫଳ ପ୍ରକାଶ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ପୂର୍ବରୁ ଯୋଜନା କରାଯାଇଥିଲେ ହେଁ ତାହା ସଫଳ ହୋଇ ପାରି ନଥିଲା । ଛାତ୍ରଛାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଜୁନ୍ ମାସ ପୂର୍ବରୁ ରେଜଲ୍ଟ ପ୍ରକାଶ କରିବାକୁ ପରିଷଦ ପକ୍ଷରୁ ପଦକ୍ଷେପ ନିଆଯାଉଥିବା କୁହାଯାଇଥିଲା । ଆଜି ପରୀକ୍ଷା ଫଳାଫଳ ତାରିଖ ଘୋଷଣା ହେବା ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking