33.1 C
Bhubaneswar
Sunday, April 28, 2024
Homeଓଡିଶାହ୍ୱାଟସ୍ ଆପ୍‌ରେ ଦାଖଲ ହେବ +୨ ଶେଷବର୍ଷ ପ୍ରୋଜେକ୍ଟ ପେପର

ହ୍ୱାଟସ୍ ଆପ୍‌ରେ ଦାଖଲ ହେବ +୨ ଶେଷବର୍ଷ ପ୍ରୋଜେକ୍ଟ ପେପର

ଭୁବନେଶ୍ୱର: ହ୍ୱାଟସ୍ ଆପ୍‌ରେ ଦାଖଲ ହେବ +୨ଶେଷ ବର୍ଷ ପ୍ରୋଜେକ୍ଟ ପେପର । ଏହା ସବୁ ବିଭାଗ ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହେବନି। ଇଣ୍ଡିଆନ ମ୍ୟୁଜିକ, ଡ୍ୟାନ୍ସ, ଡ୍ରାମା, ମ୍ୟୁଜିକ ଇନ୍‌ଷ୍ଟ୍ରୁମେଣ୍ଟ ଓ ଗୀତ ବିଭାଗର ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହୋଇଛି ଏହି ନିୟମ। ଏହି ବିଭାଗୀୟ ଛାତ୍ରଛାତ୍ରୀ ନିଜ ନିଜର ଅଡିଓ ଏବଂ ଭିଡିଓ କ୍ଲିପ୍ କରି ବିଭାଗୀୟ ଅଧ୍ୟାପକଙ୍କୁ ପଠାଇବେ । ଅଡିଓ ଏବଂ ଭିଡିଓ କ୍ଲିପ୍‌ର ଅବଧି ୩ରୁ ୫ ମିନିଟ୍ ରହିବ । ଏହାରି ଆଧାରରେ ସେମାନଙ୍କୁ ପ୍ରାକ୍ଟିକାଲ ବା ପ୍ରୋଜେକ୍ଟ ମାର୍କ ଦିଆଯିବ । ଏ ସବୁ ବିଷୟରେ ପ୍ରୋଜେକ୍ଟ ପେପର ବ୍ୟବସ୍ଥା ନଥିବାରୁ ଏଭଳି ପଦ୍ଧତି ଅପଣାଇବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବିଜ୍ଞପ୍ତି ପ୍ରକାଶ କରିଛି । କରୋନା ମହାମାରୀ ଯୋଗୁ ଚଳିତବର୍ଷ ହେବାକୁ ଥିବା ମାଟ୍ରିକ, ଯୁକ୍ତ ୨ ପରୀକ୍ଷା ଆଦି ବାତିଲ କରାଯାଇଥିଲା । ମାଟ୍ରିକ ରେଜଲ୍ଟ ବାହାରି ସାରିଥିବା ବେଳେ ଚଳିତ ମାସ ଶେଷ ସୁଦ୍ଧା ଯୁକ୍ତ ୨ ରେଜଲ୍ଟ ବାହାରିବ ବୋଲି  ବୁଧବାର ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଥିଲେ ।

ଗତ ବର୍ଷ ଅପେକ୍ଷା ଚଳିତବର୍ଷ ଯୁକ୍ତ ୨ରେ ମୋଟ୍ ପାସ୍ ହାର ୯୦ ପ୍ରତିଶତରୁ ଅଧିକ ରହିବ । ମୂଲ୍ୟାୟନ ପ୍ରକ୍ରିୟା ଉପରେ ମତରଖି ଏପରି କହିଛନ୍ତି ସିଏଚ୍‌ଏସ୍‌ଇ ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ । ସେ କହିଛନ୍ତି, ମାଟ୍ରିକ୍ ପରୀକ୍ଷାରେ ଛାତ୍ରଛାତ୍ରୀ ଯେତିକି ମାର୍କ ରଖିଥାନ୍ତି, ସାଧାରଣତଃ ଯୁକ୍ତ ୨ରେ ସେମାନଙ୍କ ମଧ୍ୟରୁ ଅଧିକାଂଶ ପିଲାଙ୍କର ମାର୍କ କମିଯାଇଥାଏ । ତେବେ ଏଥର ଯେଉଁ ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଉଛି, ସେଥିରେ ଛାତ୍ରଛାତ୍ରୀଙ୍କ ମାର୍କ ଦଶମ ଶ୍ରେଣୀ ମାର୍କ ପାଖାପାଖି କିମ୍ବା ତାଠାରୁ ଅଧିକ ରହିବ । ସେହିପରି ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ପାସ୍ ହାର ମଧ୍ୟ ଗତବର୍ଷ ତୁଳନାରେ ଅଧିକ ରହିବ । ମାଟ୍ରିକ ପରୀକ୍ଷା ମୂଲ୍ୟାୟନକୁ ନେଇ ଛାତ୍ରୀଛାତ୍ରୀଙ୍କ ଅସନ୍ତୋଷ ଥମିବା ନାଁ ଧରୁ ନ ଥିବା ବେଳେ ଯୁକ୍ତ ୨ ପରୀକ୍ଷା ଫଳାଫଳ ଛାତ୍ରଛାତ୍ରୀଙ୍କୁ କେତେ ସନ୍ତୁଷ୍ଟ କରିପାରୁଛି ତାହା ଦେଖିବାକୁ ବାକି ରହିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking