38.6 C
Bhubaneswar
Friday, May 16, 2025
Homeଓଡିଶା୨ ନିଖୋଜ : କଥା ହେଲେ ରାଜ୍ୟ ସରକାର

୨ ନିଖୋଜ : କଥା ହେଲେ ରାଜ୍ୟ ସରକାର

ଭୁବନେଶ୍ୱର : କେରଳରେ ଫଶିଥିବା ଓଡ଼ିଆଙ୍କୁ ଉଦ୍ଧାର ପାଇଁ କେରଳ ଅଧିକାରୀଙ୍କ ସହ କଥା ହେଲେ ଓଡିଶା ସରକାର । କେରଳର ସ୍ୱତନ୍ତ୍ର ରିଲିଫ କମିଶନର ଏବଂ ସେଠାକାର ଓଡ଼ିଆ ଅଧିକାରୀଙ୍କ ସହ ଓଡିଶା ସ୍ୱତନ୍ତ୍ର ରିଲିଫ କମିଶନର କଥା ହୋଇଛନ୍ତି । ଓଡ଼ିଶାର ୨ ପରିବାର ସେଠାରେ ଫଶି ରହିଛନ୍ତି। ଉଭୟ ଡାକ୍ତରଙ୍କ ଖୋଜ ଖବର ମିଳିପାରିନାହିଁ । ହେଲେ ତାଙ୍କ ପତ୍ନୀମାନେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ ଓଡ଼ିଶାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ତେବେ ମନ୍ତ୍ରୀ କହିଛନ୍ତି ଯେ, ଭାରତ ସରକାର ମଧ୍ୟ ସହାୟତା କରୁଛନ୍ତି । ବାୟୁ ସେନା ଏବଂ ଏନଡିଆରଏଫ ସହ ମଧ୍ୟ ଆମେ ଯୋଗାଯୋଗରେ ଅଛୁ । ରାଜସ୍ବ ବିଭାଗ ଓ ଜିଲ୍ଲା ପ୍ରଶାସନ ଉଭୟଙ୍କ ପରିବାର ପାଖରେ ପହଞ୍ଚିଛି । ଡାକ୍ତରଙ୍କ ପରିବାର ସହ ଓଡ଼ିଶା ସରକାର ଅଛନ୍ତି । ଆମେ ତାଙ୍କୁ ନିୟମିତ ଅପଡେଟ କରୁଛୁ । ଆଶା କରୁଛି ମହାପ୍ରଭୁଙ୍କ କୃପାରୁ ଉଭୟ ଡାକ୍ତର ଖୁବ ଶୀଘ୍ର ଉଦ୍ଧାର ହେବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking