27.1 C
Bhubaneswar
Thursday, February 12, 2026
Homeଓଡିଶାଆହୁରି ୨ ଦିନ ରାଜ୍ୟରେ ପ୍ରବଳ କାଚିବ ବର୍ଷା

ଆହୁରି ୨ ଦିନ ରାଜ୍ୟରେ ପ୍ରବଳ କାଚିବ ବର୍ଷା

ଭୁବନେଶ୍ୱର : ଆହୁରି ୨ ଦିନ ରାଜ୍ୟରେ ପ୍ରବଳ କାଚିବ ବର୍ଷା। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ତେଣୁ ଏହା ଆସନ୍ତା ଦୁଇ ଦିନ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଏହି ଦୁଇଦିନ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଏଥିପାଇଁ ଏହି ଜିଲ୍ଲା ମାନଙ୍କୁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ତିନି ଦିନ ଯାଏ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ତେବେ ୩୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହିତ ବିଜୁଳି ,ଘଡଘଡି ସହିତ ପ୍ରବଳ ପବନ ବୋହିବ ବୋଲି ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking