ସମ୍ବଲପୁର : ହୀରାକୁଦ ଜଳ ଭଣ୍ଡାରର ଆଉ ୨ ଗେଟ ଖୋଲିଲା । ହୀରାକୁଦ ଡ୍ୟାମରୁ ଏବେ ମୋଟ ୧୦ ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି । ଜଳଭଣ୍ଡାରରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ଦୃଷ୍ଟିରୁ ଖୋଲିଲା ଗେଟ । ପୂର୍ବରୁ ୮ ଟି ଗେଟ ଖୋଲାଥିଲା ଏବେ ୧୦ ଟି ଗେଟରେ ଜଳ ନିଷ୍କାସନ ହେଉଛି । ବର୍ତ୍ତମାନ ଜଳସ୍ତର ୬୧୪.୫୬ ଫୁଟ ରହିଛି। ଡ୍ୟାମ ମଧ୍ୟକୁ ୧ଲକ୍ଷ ୩୨ ହଜାର ୮୨୬ କ୍ୟୁସେକ ଜଳ ପ୍ରବେଶ କରୁଛି। ରାଜ୍ୟରେ ଲଘୁଚାପ ଜନିତ ବର୍ଷା କାରଣରୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହା ମଧ୍ୟରେ ପୂର୍ବରୁ ହୀରାକୁଦ ଜଳଭଣ୍ଡାର ୮ ଟି ଗେଟ୍ ଖୋଲା ଯାଇ ବନ୍ୟା ଜଳ ନିଷ୍କାସନ ହେଉଥିଲା। ଆଜି ପୁଣି ହୀରାକୁଦ ଡ୍ୟାମର ଆଉ ୫ଟି ଗେଟ୍ ଖୋଲାଯାଇଛି।