ଜାମ୍ମୁ: ଜାମ୍ମୁ-କାଶ୍ମୀରର ଶ୍ରୀନଗରରେ ରଣବୀର ଗଡରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଘଟିଛି। ଏଥିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ମୃତ ଆତଙ୍କବାଦୀଙ୍କ କୌଣସି ପରିଚୟ ମିଳିନାହିଁ।
ସୂଚନା ଅନୁସାରେ, ଶ୍ରୀନଗରର ପାରିମ୍ପୋରାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସେନାକୁ ସୂଚନା ମିଳିଥିଲା। ଏହା ପରେ ଶ୍ରୀନଗର ପୁଲିସ, ସେନାର ୨୯ ରାଷ୍ଟ୍ରୀୟ ରାଇଫଲ୍ସ ଏବଂ ସିଆରପିଏଫର ମିଳିତ ଟିମ୍ ସମ୍ପୃକ୍ତ ଅଞ୍ଚଳକୁ ସିଲ୍ କରି ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କବାଦୀଙ୍କ ସହିତ ଯବାନଙ୍କ ଗୁଳିବିନିମୟ ଘଟିଥିଲା।