20.1 C
Bhubaneswar
Sunday, February 8, 2026
Homeଅପରାଧନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାରେ ୨୦ ବର୍ଷ ଜେଲ୍

ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାରେ ୨୦ ବର୍ଷ ଜେଲ୍

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସ୍ୱତନ୍ତ୍ର ପୋକସୋ କୋର୍ଟ ବିଚାରପତି ପ୍ରଜ୍ଞା ପରମିତା ରାଉଳ ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଅଭିଯୁକ୍ତ କିରନ ଦାସକୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହାସହ ୨୦ ବର୍ଷ ଜେଲ୍ ଓ ୫୦ ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ହେଲେ ଅଭିଯୁକ୍ତ ଅଧିକ ଏକ ବର୍ଷ ସଶ୍ରମ କାରାଦଣ୍ଡ ଭୋଗିବ ବୋଲି ବିଚାରପତି ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଘଟଣାରୁ ପ୍ରକାଶ, ୨୦୨୧ ଏପ୍ରିଲ୍ ୧୦ ତାରିଖ ଭୋର ସମୟରେ ଅଭିଯୁକ୍ତ କିରନ ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳର ଜଣେ ନାବାଳିକା ଶୌଚ ହେବାକୁ ଯାଉଥିବାବେଳେ ତାଙ୍କୁ ଅପହରଣ କରି ନେଇ ଦୁଷ୍କର୍ମ କରିଥିଲେ।

ଏନେଇ ନାବାଳିକାଙ୍କ ପରିବାର ପକ୍ଷରୁ ୨୦୨୧ ଏପ୍ରିଲ୍ ୧୨ ତାରିଖରେ ପଟ୍ଟାମୁଣ୍ଡାଇ ଥାନାରେ ଅଭିଯୋଗ କରାଯାଇଥିଲା। ସେହି ଅଭିଯୋଗକୁ ଭିତ୍ତି କରି ପୁଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଥିଲା। ୨୦୨୧ ଜୁନ୍ ୧୮ ତାରିଖ ପୁଲିସ କିରନ ବିରୋଧରେ କୋର୍ଟରେ ଚାର୍ଜସିଟ୍ ଦାଖଲ କରିବା ପରେ ମାମଲାର ବିଚାର ଆରମ୍ଭ ହୋଇଥିଲା। ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ଜଜ୍ ଅଭିଯୁକ୍ତକୁ ଉପରୋକ୍ତ ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଏଥିସହ ଜିଲ୍ଲା ଆଇନ ସେବା ପ୍ରାଧୀକରଣ ଜରିଆରେ ପୀଡ଼ିତାକୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବା ପାଇଁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking