13.1 C
Bhubaneswar
Wednesday, January 14, 2026
Homeଅପରାଧନାବାଳିକା ଅପହରଣ ଏବଂ ଦୁଷ୍କର୍ମ ମାମଲାରେ ୨୦ ବର୍ଷ ଜେଲ

ନାବାଳିକା ଅପହରଣ ଏବଂ ଦୁଷ୍କର୍ମ ମାମଲାରେ ୨୦ ବର୍ଷ ଜେଲ

ଫୁଲବାଣୀ : ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ପୋକସୋ ଅଦାଲତ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ ଜେଲଦଣ୍ଡାଦେଶ ଦେଇଛନ୍ତି। ଏଥିସହ ଦୋଷୀକୁ ୬୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକ ଏକ ବର୍ଷ ଜେଲ ଭୋଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ଅଭିଯୁକ୍ତ ଜଣକ ଗୋଚ୍ଛାପଡା ଥାନା ଅଞ୍ଚଳର ନିରାକାର ମୂଖୀ ବୋଲି ସୂଚନା ମିଳିଛି। ସୂଚନା ଅନୁସାରେ ଗତ ୧୯ ଜୁନ ୨୦୨୨ରେ ଗୋଚ୍ଛାପଡା ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ପରିବାର ପକ୍ଷରୁ ଥାନାରେ ଏକ ଲିଖିତ ଅଭିଯୋଗ ହୋଇଥିଲା।

ପୁଲିସ ଅଭିଯୋଗ ଆଧାରରେ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଆଜି ଏହି ମାମଲାର ବିଚାର ପୋକସୋ ଅଦାଲତ ବିଚାରପତି ରାଜେଶ ଦାସ ପିଡିତା ଓ ସାକ୍ଷୀଙ୍କ ବୟାନ ଏବଂ ଡାକ୍ତରୀ ରିପୋର୍ଟ ଆଧାରରେ ଉପରୋକ୍ତ ରାୟ ଶୁଣାଇଛନ୍ତି । ପିଡିତାଙ୍କୁ କ୍ଷତିପୂରଣ ବାବଦରେ ୭ ଲକ୍ଷ ଟଙ୍କା ପ୍ରଦାନ କରାଯିବାକୁ ଆଇନ ସେବା ପ୍ରାଧିକରଣକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ମାମଲାଟିକୁ ସରକାରଙ୍କ ତରଫରୁ ସ୍ବତନ୍ତ୍ର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking