ଭୁବନେଶ୍ୱର : ରାଜ୍ୟରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ । ଏନେଇ ଜଙ୍ଗଲ ଓ ପରିବେଶ ଗଣେଶ ରାମସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି । କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ସେ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ରାଜ୍ୟରେ ୩ ହଜାର ଫରେଷ୍ଟ ଗାର୍ଡ ପଦବୀ ଖାଲିପଡ଼ିଛି । ୨ ହଜାର ପଦବୀ ପୂରଣ କରିବୁ । ଏନେଇ ପ୍ରସ୍ତୁତି ଚାଲିଛି ବୋଲି ସେ କହିଛନ୍ତି ।