OnaKhabar

୧୬ରୁ ସାରା ରାଜ୍ୟ ଭିଜିବ, ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରୀ

0 25

ଭୁବନେଶ୍ୱର: ଆଜି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍‌ ଡିପ୍ରେସନ୍‌ରେ ପରିଣତ ହୋଇଛି । ବର୍ତ୍ତମାନ ଚେନ୍ନାଇ ଠାରୁ ଏହା ୯୩୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘୂର୍ଣ୍ଣିଝଡ଼ର ରୂପ ନେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ହୋଇଛି । ଏହି କାରଣରୁ ଆଗାମୀ ୧୬ରୁ ସାରା ରାଜ୍ୟରେ କୋହଲା ପାଗ ସହ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପସୂଚନା ମିଳିଛି । ଆଗାମୀ ୧୭ରେ ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏହି ଜିଲ୍ଲାମାନଙ୍କ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କନ୍ଧମାଳ ଆଦି ରହିଛି ।

https://www.onakhabar.com/3-days-rain-fall-in-odisha/

 

Leave A Reply

Your email address will not be published.