OnaKhabar

ଡିପ ଡିପ୍ରେସନର ରୂପ ନେଉଛି ଲଘୁଚାପ, ଛଅଟି ଜିଲ୍ଲାକୁ ସର୍ତକ ସୂଚନା ଜାରି କଲା ପାଣିପାଗ ବିଭାଗ

0 44

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଡିପ୍ରେସନରୁ ଡିପ୍ ଡିପ୍ରେସନର ରୂପ ନେଇଛି । ଏହା ଚେନ୍ନାଇଠାରୁ ୭୩୦ କିଲୋମିଟର ଦୂରରେ ରହିଥିବା ବେଳେ ମଛଲିପଟ୍ଟନମଠାରୁ ୯୩୦ କି.ମି. ଦୂରରେ ରହିଛି ବୋଲି ସୂଚନା ମିଳିଛି । ଆସନ୍ତା ୧୨ ଘଣ୍ଟାରେ ଏହା ଘୂର୍ଣ୍ଣିଝଡ଼ ରୂପ ନେବାର ସମ୍ଭାବନା ଥିବାରୁ ରାଜ୍ୟର ସମସ୍ତ ବନ୍ଦରରେ ୧ ନମ୍ବର ବିପଦ ସଂକେତ ଜାରି କରାଯାଇଛି | ଆସନ୍ତା ୨୪ ଘଣ୍ଟାରେ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ ବୋଲି ଅନୁମାନ କରାଯାଉଛି । ୧୭ ତାରିଖ ସୁଦ୍ଧା ଆନ୍ଧ୍ରପ୍ରଦେଶର କାକିନାଡା ଏବଂ ଓଙ୍ଗଲ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।ଆସନ୍ତା ୧୬ ଏବଂ ୧୭ ତାରିଖରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ । ଆସନ୍ତାକାଲିଠାରୁ ସାରା ରାଜ୍ୟରେ ବର୍ଷା ହେବା ସହ କୋହଲା ପାଗ ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ୬ଟି ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଲା ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର । ଏହାକୁ ଦୃଷ୍ଟିରେ ରଖି ଉକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ଅମଳ ହୋଇ ବିଲରେ ପଡ଼ିଥିବା ଫସଲକୁ ସୁରକ୍ଷା ଦେବାକୁ ପଦକ୍ଷେପ ନେବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଜଏଣ୍ଟ ରିଲିଫ୍ କମିଶନର ପ୍ରଭାତ ରଞ୍ଜନ ମହାପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି, “ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଓୟୁଟି ଓ କୃଷି ବିଭାଗ ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି । ତେବେ ଏହି ବର୍ଷା କେତେ ଭୟଙ୍କର ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ |

https://www.onakhabar.com/rain-started-on-16-in-odisha/

 

Leave A Reply

Your email address will not be published.