OnaKhabar

ଆଜି ୪ ଘଣ୍ଟା ଲାଗି ଶ୍ରୀଜିଉଙ୍କ ଦର୍ଶନ କରି ପାରିବେନାହିଁ ଶ୍ରଦ୍ଧାଳୁ

0 18

ପୁରୀ: ଆଜି ଅପରାହ୍ନ ସା‍ଢ଼େ ୪ଟାରୁ ରାତି ସାଢ଼େ ୮ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି | ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ଗୁପ୍ତ ନୀତି ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ପ୍ରକାଶ ପାଉଛି । ଫଳରେ ୪ ଘଣ୍ଟା ଧରି ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କ ଦର୍ଶନ କରି ପାରିବେ ନାହିଁ । ଶ୍ରୀମନ୍ଦିର ସୂଚନା ଅଧିକାରୀ ସୁଦୀପ ଚାଟାର୍ଜୀ ଏହି ସୂଚନା ଦେଇଛନ୍ତି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରରେ ଜୟବିଜୟ ଦ୍ୱାର ବନ୍ଦ ହେବ । ଶ୍ରୀମନ୍ଦିରରର ଅନେକ ନୀତିକାନ୍ତି ମଧ୍ୟରୁ ବନକଲାଗି ଗୋଟିଏ ନୀତି । ଏହାର ଅର୍ଥ କ’ଣ ଅନେକ ଜାଣି ନ ଥାନ୍ତି । ବନକ ଲାଗିର ଅର୍ଥ ହେଉଛି ଶ୍ରୀବିଗ୍ରହମାନଙ୍କୁ ବର୍ଣ୍ଣ-କରିବା ବା ରଙ୍ଗ କରିବା । ଏହାକୁ ଶ୍ରୀମନ୍ଦିରର ପାରମ୍ପରିକ ଭାଷାରେ ‘ବନକଲାଗି’ ବୋଲି କୁହାଯାଏ । ଛତିଶାନିଯୋଗ ସେବାକାରୀଙ୍କ ମଧ୍ୟରୁ ଦତ୍ତ ମହାପାତ୍ର ସେବକମାନେ ଏହି ନୀତି ସମ୍ପନ୍ନ କରିଥାନ୍ତି । ରୂପା ପିଙ୍ଗଣ ବା ବଟାରେ ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଏହି ନୀତି ସମ୍ପନ୍ନ ହୋଇଥାଏ । ବନକଲାଗି ସମୟରେ ଅନ୍ୟ କୌଣସି ନୀତି ପାଳନ ହୋଇ ନ ଥାଏ । ଏଥିପାଇଁ ମହାପ୍ରଭୁଙ୍କ ଦର୍ଶନକୁ ମଧ୍ୟ ବନ୍ଦ କରିଦିଆ ଯାଇଥାଏ ବୋଲି ସୂଚନା ମିଳିଛି ।

https://www.onakhabar.com/govt-bank-close-for-strike-and-national-holidays/

 

Leave A Reply

Your email address will not be published.