OnaKhabar

ପୂର୍ବତନ ମନ୍ତ୍ରୀ ଜର୍ଜ ଫର୍ଣ୍ଣାଣ୍ଡେଜ୍‌ଙ୍କ ପରଲୋକ

ନୂଆଦିଲ୍ଲୀ: ସମତା ପାର୍ଟିର ପ୍ରତିଷ୍ଠାତା ତଥା ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଜର୍ଜ ଫର୍ଣ୍ଣାଣ୍ଡେଜ୍‌ଙ୍କର ଆଜି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। କିଛି ଦିନ ହେଲା ସେ ସ୍ୱାଇନ୍ ଫ୍ଲୁରେ ଆକ୍ରାନ୍ତ ଥିଲେ। ଶ୍ରୀ ଫର୍ଣ୍ଣାଣ୍ଡେଜ ୯ ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ।
୧୯୮୯ରୁ ୧୯୯୦ ମଧ୍ୟରେ ଭି.ପି ସିଂହ ପ୍ରଧାନମନ୍ତ୍ରୀ ଥିବା ବେଳେ ଜର୍ଜ ଫର୍ଣ୍ଣାଣ୍ଡେଜ୍‌ ରେଳ ମନ୍ତ୍ରୀ ଥିଲେ। ୧୯୯୮ରୁ ୨୦୦୪ ମଧ୍ୟରେ ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଥିବା ବେଳେ ସେ ଦେଶର ପ୍ରତିରକ୍ଷା ମନ୍ତ୍ରୀଥିଲେ।