OnaKhabar

24 ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା

0 57

ଭୁବନେଶ୍ୱର: ଗଲା କିଛି ଦିନ ହେବ ଲଗାତାର ହେଲା କାଳବୈଶାଖୀର ତାଣ୍ଡବ ରୂପ ଦେଖିବାକୁ ମିଳୁଛି | ତେବେ ଆଜି ମଧ୍ୟ ଏହାର ପ୍ରଭାବ ଥିବାର ଜଣା ପଡିଛି | ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସାଙ୍ଗକୁ ବଜ୍ରପାତ ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । କୋରାପୁଟ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ଏହା ପରେ ପାଣିପାଗରେ ପରିବର୍ତ୍ତନ ହେବା ସହ ଆସନ୍ତାକାଲିଠାରୁ ତାପମାତ୍ରା ବୃଦ୍ଧି ପାଇବ ବୋଲି କୁହାଯାଇଛି ।

https://www.onakhabar.com/heavy-rain-6/

 

Leave A Reply

Your email address will not be published.