OnaKhabar

୨ ଜଣ ମହିଳା ସମେତ ୧୦ ନକ୍ସଲଙ୍କ ଆତ୍ମସମର୍ପଣ

56

ଛତିଶଗଡ : ଛତିଶଗଡର ନକ୍ସଲ ପ୍ରଭାବିତ ସୁକୁମା ଜିଲାରେ ଦୁଇ ଜଣ ମହିଳା ସମେତ ୧୦ ଜଣ ନକ୍ସଲ ଗୁରୁବାର ଆତ୍ମସମର୍ପର କରିଛନ୍ତି । ନକ୍ସଲନେତାଙ୍କ ଦ୍ୱାରା ସେମାନେ ଶୋଷଣର ଶିକାର ହେଉଥିଲେ ବୋଲି ସେମାନେ ଆତ୍ମସମର୍ପଣ କରିଥିବା ନକ୍ସଲମାନେ କହିଛନ୍ତି ।
ସୁକମା ଜିଲାର ପୁଲିସ ଅଧିକାରୀଙ୍କ ସୂଚନା ଅନୁସାରେ, ସୁକୁମା ଜିଲାର କୋଣ୍ଟା ଥାନା ଅନ୍ତର୍ଗତ ବାଲେଙ୍ଗତୋଙ୍ଗ ଗ୍ରାମରେ ରହୁଥିବା ୧୦ ଜଣ ନକ୍ସଲ ସ୍ଥାନୀୟ ପୁଲିସ ଓ କେନ୍ଦ୍ର ରିଜର୍ଭ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ନକ୍ସଲ ରହିଛନ୍ତି । ଆତ୍ମସମର୍ପଣ କରିଥିବା ସମସ୍ତ ନକ୍ସଲଙ୍କ ବିରୋଧରେ ବସ ଓ ଅନ୍ୟ ଯାନବାହନରେ ନିଆଁ ଲଗାଇବା ଏବଂ ବୋମା ବିସ୍ଫୋରଣ କରିବା ଭଳି ସାଂଘାତିକ ଅଭିଯୋଗ ରହିଛି । ଆତ୍ମସମର୍ପଣ କରିଥିବା ଭଳି ନକ୍ସଲ ସରକାରୀ ଯୋଜନାର ଲାଭ ପାଇପାରିବେ ବୋଲି ପୁଲିସ ଅଧିକାରୀ କହିଛନ୍ତି ।

https://www.onakhabar.com/3-terrorist-dead/