OnaKhabar

ବିଜେଡି ପ୍ରକାଶ କଲା ନିର୍ବାଚନ ଇସ୍ତାହାର

70

ଭୁବନେଶ୍ୱର : ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଶେଷ ହେବାର ମାତ୍ର କିଛି ସମୟ ପୂର୍ବରୁ ୨୦୧୯ ନିର୍ବାଚନ ପାଇଁ ଇସ୍ତାହାର ପ୍ରକାଶ କରିଛି ବିଜୁ ଜନତା ଦଳ । ଆଉ ମାତ୍ର ଗୋଟିଏ ଦିନର ବ୍ୟବଧାନରେ ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟିଂ ହେବାକୁ ଯାଉଛି | କଂଗ୍ରେସ ଓ ବିଜେପି ପୂର୍ବରୁ ଉଭୟ ଜାତୀୟ ଓ ଆଚଳିକ ସ୍ତରରେ ଇସ୍ତାହାର ପ୍ରକାଶ କରିସାରିଛନ୍ତି । ଆଜି ଦଳୀୟ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ପ୍ରକାଶ କରିଛି | ଇସ୍ତାହାର ଜାରି କରି ନବୀନ କହିଛନ୍ତି ଆମେ ପ୍ରତିଶ୍ରୁତି ପାଳନ କରିଛୁ , ଅନ୍ୟ ଦଳ ପରି ମିଥ୍ୟା ପ୍ରତିଶୃତି ଦେଉନାହିଁ । ଭୋଟରଙ୍କୁ ପୁଣି ଥରେ ଆକୃଷ୍ଟ କରିବା ପାଇଁ ଏଥିରେ ଅନେକ ପ୍ରତିଶୃତି ଦେଇଛି ଦଳ । ଇସ୍ତାହାର ଉନ୍ମୋଚନ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ପ୍ରସନ୍ନ ପାଟ୍ଟଶାଣୀ, ସସ୍ମିତ ପାତ୍ର, ଅମର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

– ମହିଳାମାନଙ୍କର ଶସକ୍ତିକରଣ, ଚାଷୀଙ୍କ ଶସକ୍ତିକରଣ ଓ ପଛୁଆ ବର୍ଗ ଲୋକଙ୍କ ଶସକ୍ତିକରଣ ଉପରେ ବିଜେଡ଼ିର ଇସ୍ତାହାରରେ ଗୁରୁତ୍ୱ ଦିଆଯାଇଛି ।

– ଚାଷୀଙ୍କ ଉପରେ ଫୋକସ୍ କରିଛି ବିଜେଡ଼ି । କ୍ଷମତାକୁ ଆସିଲେ କାଳିଆ ଯୋଜନା ସବୁ ଦିନ ପାଇଁ ଚାଲିବ ।

– ସରକାର ଗଠନର ପ୍ରଥମ ଦିନରେ ବାକି ଥିବା ୨୫ ଲକ୍ଷ ଚାଷୀଙ୍କ ଦୁଇଟି କିସ୍ତିର ୧୦,୦୦୦ ଟଙ୍କା ଏକା ଥରକେ ପ୍ରଦାନ କରାଯିବ ।

– ୫୦ ହଜାର କୋଟି ଟଙ୍କା ଜଳସେଚନ ପାଇଁ ବ୍ୟୟ କରାଯିବ ।– ଯୁବଗୋଷ୍ଠୀଙ୍କ ଉପରେ ଇସ୍ତାହାରରେ ଗୁରୁତ୍ୱ ଦେଇ ସମସ୍ତ କଲେଜ , ୟୁନିଭର୍ସିଟିରେ ମାଗଣାରେ ୱାଇଫାଇ ଉପଲବ୍ଧ କରାଯିବ ବୋଲି ନବୀନ ପ୍ରତିଶ୍ରୁତି ଦେଇଛନ୍ତି ।

– ଶୂନ୍ୟ ପ୍ରତିଶତ ସୁଧରେ ଶିକ୍ଷା ଋଣ ପ୍ରଦାନ କରାଯିବ

– ଶଷ୍ୟ ଋଣ ୫୦ ହଜାରରୁ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବ ।

– କାଳିଆ ଯୋଜନା ସହ କାଳିଆ ସ୍କାଲାରସିପ ମଧ୍ୟ ଜାରି ରହିବ ।

– ପଂଚାୟତ ସ୍ତରରେ ଅଧିକ ଗୋଦାମ ଗୃହ ତିଆରି କରାଯିବ । ଧାନ ସଂଗ୍ରହ ପାଇଁ ଅଧିକ ବ୍ୟବସ୍ଥା କରାଯିବ ।

– ଜଳସେଚନ ଉପରେ ଗରୁତ୍ୱ ଦେବେ ସରକାର । ଅଧିକ ୫୦ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ।

– ପ୍ରତି ପଞ୍ଚାୟତରେ କୃଷଜାତ ଦ୍ରବ୍ୟକୁ ସୁରକ୍ଷିତ ରଖିବା ପାଇଁ ଶୀତଳ ଭଣ୍ଡାର ଏବଂ ଓୟାରହାଉସ ଗଠନ କରାଯିବ

ବିଜେଡି ପ୍ରକାଶ କଲା ନିର୍ବାଚନ ଇସ୍ତାହାର