OnaKhabar

ଧନୁରାଶିର ବ୍ୟକ୍ତିଙ୍କର ବଢିବ ଆତ୍ମବିଶ୍ୱାସ, ଦେଖନ୍ତୁ ଆଜିର ରାଶିଫଳରୁ….

35

ଭୁବନେଶ୍ବର: ଆଜି ହେଉଛି ଶନିବାର | ଏହି ଦିନଟି ଆପଣଙ୍କର କିପରି କଟିବ ଚାଲନ୍ତୁ ଜାଣିବା ଆଜିର ରାଶିଫଲରୁ…
ମେଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ବିତାଇବେ। ଆର୍ଥିକ ସ୍ଥିତି ଭଲ ରହିବ।

ବୃଷ: ଦିନଟି ଭଲରେ କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମାନସିକ ଅଶାନ୍ତିରେ ରହିପାରନ୍ତି।

ମିଥୁନ: କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।
କର୍କଟ: ଜଳାଶୟଠାରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହଯୋଗ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ସିଂହ: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଅପରାହ୍ଣ ପରେ ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କନ୍ୟା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ତୁଳା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ବନ୍ଧୁଙ୍କ ସହ ଦେଖା ହୋଇପାରେ।

ବିଚ୍ଛା: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ। ନୂଆ ପୋଷାକ କିଣିପାରନ୍ତି।

ଧନୁ: ଆତ୍ମବିଶ୍ୱାସ ବଢ଼ିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ ।

ମକର: ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମୀନ: ଋଣ ଦିଅନ୍ତୁ ନାହିଁ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଭଗବାନ ହନୁମାନଙ୍କୁ ପୂଜା କରନ୍ତୁ।