OnaKhabar

୨୪ ଘଣ୍ଟା ମଧ୍ୟରେ ପୁଣି ବର୍ଷା ସହ ଘଡଘଡି, ସର୍ତକ ସୂଚନା ଜାରି

60

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ଫୁଲବାଣୀ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ସ୍ଥାନରେ ଘଣ୍ଟାପ୍ରତି ୩୦ର ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତର ଆଶଙ୍କା ରହିବ | ଅନ୍ୟପକ୍ଷରେ ରାଜ୍ୟରେ ଆଜି ବି ଗ୍ରୀଷ୍ମପ୍ରବାହ ଜାରି ରହିଛି ।

https://www.onakhabar.com/2019/04/bjd-worker-attacked-at-balasore/