OnaKhabar

୧୫ ଜିଲ୍ଲାରେ ଘଡଘଡି ସହ ବର୍ଷା, ସର୍ତକ କଲା ପାଣିପାଗ ବିଭାଗ

0 1

ଭୁବନେଶ୍ୱର: ରାଜ୍ୟରେ କେତେବେଳେ ପାଣିପାଗ ପରିବର୍ତ୍ତନ ହେଉଛି ତାହା କିଛି ବୁଝାପଡୁନାହିଁ | କେତେବେଲେ ଖରାର ଅସହ୍ୟ ତାତି ହେଉଛି ତ କେତେବେଳେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳୁଛି | ତେବେ ଏହି ପରିସ୍ଥିତରେ ଆଜି ୧୫ଟି ଜିଲ୍ଲାରେ ୨୨ରୁ ୨୩ ତାରିଖ ମଧ୍ୟରେ ଘଡ଼ଘଡ଼ି ସହ ହାଲକା ବର୍ଷା ହେବାର ଆଶଙ୍କା ରହିଥିବାର ସୂଚନା ମିଲିଛି | ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦କିମି ରହିପାରେ ବୋଲି ବୁଧବାର ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, କନ୍ଧମାଳ, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା, କଳାହଣ୍ଡି, ନବରଙ୍ଗପୁର, ବଲାଙ୍ଗୀର, ସୁନ୍ଦରଗଡ଼, ନୟାଗଡ଼, ବୌଦ୍ଧ ରହିଛି। ଏହି ଜିଲ୍ଲାର କେତେକ ସ୍ଥାନରେ ସନ୍ଧ୍ୟାରେ ବିଜୁଳି ଓ ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି । ସେହିପରି ୨୩ରୁ ୨୪ ତାରିଖ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଖୋର୍ଦ୍ଧା, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ବୌଦ୍ଧ ଆଦି ଜିଲ୍ଲାରେ କାଳବୈଶାଖୀ ହେବା ସହ ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୨୪, ୨୫ ୨୬ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ଓ ହାଲକା ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି ବି ମାରିପାରେ । ତେଣୁ ଅନେକ ଜିଲ୍ଲାକୁ ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ୨୬ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି ।

https://www.onakhabar.com/2019/05/imd-issues-heat-wave-warning-for-these-six-districts-of-odisha/

Leave A Reply

Your email address will not be published.