OnaKhabar

୧୩ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡଘଡି, ସତର୍କ କଲା ପାଣିପାଗ ବିଭାଗ

0 11

ଭୁବନେଶ୍ୱର: ରାଜ୍ୟର ୧୩ଟି ଜିଲ୍ଲାରେ ଧୂଳିଝଡ଼, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସମ୍ବଲପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମ । ଅନ୍ୟପକ୍ଷରେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ । ଏହା ପୂର୍ରବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ବର୍ଷା ହୋଇଛି । କାଲିଠୁ ବର୍ଷାର ପରିମାଣ ବଢ଼ିବ । ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଅଧିକ ହେବ । ମାଲକାନଗିରି, କୋରାପୁଟ, ପୁରୀ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଜଗତସିଂହପୁର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

https://www.onakhabar.com/2019/06/rain-in-odisha-11/

 

Leave A Reply

Your email address will not be published.