OnaKhabar

କୁମ୍ଭ ରାଶିର ବ୍ୟକ୍ତିମାନେ ରହିବେ ଦ୍ୱନ୍ଦରେ, ଦେଖନ୍ତୁ ଆଜିର ରାଶିଫଳରୁ….

39

ଭୁବନେଶ୍ୱର: ଆଜି ହେଉଛି ବୁଧବାର | ଏହି ଦିନଟି ଆପଣଙ୍କର କିପରି କଟିବ ଆସନ୍ତୁ ଜାଣିବା ଆଜିର ରାଶିଫଳରୁ….
ମେଷ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପୁରୁଣା ସମସ୍ୟାର ସମାଧାନ ହେବ। ପରିବାରର କୌଣସି ସଦସ୍ୟଙ୍କ ସହ ଆତ୍ମୀୟତା ବଢ଼ିବ।

ବୃଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପରିବାର ସଦସ୍ୟଙ୍କ ସହ ଦିନଟି ଖୁସିରେ କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ମିଥୁନ: ମନ ପ୍ରସନ୍ନ ରହିବ। ନୂଆ ପୋଷାକ କିଣିପାରନ୍ତି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।
କର୍କଟ: ନିର୍ଦ୍ଧାରିତ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାର ସମ୍ଭାବନା ରହିଛି। ଚାକିରି ଓ ବ୍ୟବସାୟ କ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ସିଂହ: ମାନ-ସମ୍ମାନ ବଢ଼ିବ। ମା’ ଲକ୍ଷ୍ମୀଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରିୟ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ।

କନ୍ୟା: ସ୍ୱାସ୍ଥ୍ୟ ଭଲ ରହିବ। କଥା ଓ ବ୍ୟବହାରରେ ସଂଯମତା ରକ୍ଷା କରନ୍ତୁ। ଚିନ୍ତାମଗ୍ନ ରହିବେ। ଖର୍ଚ୍ଚ ବଢ଼ିପାରେ।

ତୁଳା: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ଯାତ୍ରା କରନ୍ତୁ ନାହିଁ, ଦୁର୍ଘଟଣା ଘଟିପାରେ।

ବିଛା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପେଟରେ ଯନ୍ତ୍ରଣା ଅନୁଭବ କରିବେ। ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ।

ଧନୁ: ଶୁଭସମାଚାର ମିଳିପାରେ। ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। କାହାକୁ ଉଦ୍ଧାର ଦିଅନ୍ତୁ ନାହିଁ।

ମକର: କ୍ୟାରିଅରରେ ପରିବର୍ତ୍ତନ କରିପାରନ୍ତି। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଈଶ୍ୱରଙ୍କୁ ଆରାଧନା କରନ୍ତୁ।

କୁମ୍ଭ: ଦ୍ୱନ୍ଦ୍ୱ ଭିତରେ ରହିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ମୀନ: ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।