OnaKhabar

କାଲିଠାରୁ ୨ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷିବ, ହୋଇପାରେ ବନ୍ୟା

44

ଭୁବନେଶ୍ୱର: ରାଜ୍ୟରେ ଅସହ୍ୟା ତାତି ପରେ ଆଜି ଉତ୍ତର-ବଙ୍ଗୋପସାଗରରେ ଲଘୁଚାପ ଦାନା ବାନ୍ଧୁଛି । ଧୀରେ ଧୀରେ ଏହା ଅବପାତର ରୂପନେଇ ପଶ୍ଚିମ ଦିଗ ଆଡ଼କୁ ଗତି କରିବ । ସେହିପରି ବାୟୁମଣ୍ଡଳର ଉପରି ଭାଗରେ ମଧ୍ୟ ଏକ ମନ୍‌ସୁନ୍ ଟ୍ରାପ ଲାଇନ୍ ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି । ତେବେ ଆଜିଠାରୁ ବର୍ଷାର ପରିମାଣ ବଢ଼ିବ । ଆସନ୍ତାକାଲିଠୁ ୨ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଓଡ଼ିଶା ସହ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିଲାଗି ପାଣିପାଗ ବିଭାଗ ପକ୍ଷରୁ ରେଡ୍ ଆଲର୍ଟ ଜାରି କରାଯାଇଛି । ପରିସ୍ଥିତିର ମୁକାବିଲା ଲାଗି ପଦକ୍ଷେପ ନେବାକୁ ଉଭୟ ରାଜ୍ୟ ସରକାରଙ୍କୁ କୁହାଯାଇଛି । ତେବେ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଓଡ଼ିଶାରେ ବନ୍ୟା ଆଶଙ୍କା ମଧ୍ୟ ରହିଛି । ସୋନପୁର, ବୌଦ୍ଧ ଓ ଅନୁଗୋଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।

https://www.onakhabar.com/2019/06/2-injuired-at-gudari/