OnaKhabar

ଆହୁରି ବର୍ଷିବ ୨୪ଘଣ୍ଟା…

48

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଖପାଖ ଅଞ୍ଚଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ମନ୍‌ସୁନ୍ ଟ୍ରଫ୍‌ ଲାଇନ୍ ଓ ଘୁର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେଉଛି । ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ଏହି ସୂଚନା ଦେଇଛନ୍ତି । ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଓ ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ଲାଗି ରହିବ। ଆଜି ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ,ବାଲେଶ୍ୱର,ଭଦ୍ରକ, ସୋନପୁର ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବ । ସେ ଆହୁରି କହିଛନ୍ତି,ଘୁର୍ଣ୍ଣିବଳୟ ପ୍ରଭାବରେ ସମୁଦ୍ରରେ ଉଚ୍ଚ ଜୁଆର ଉଠିବ । ଏନେଇ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି ।

https://www.onakhabar.com/2019/07/heavy-rain-in-odisha-5/