OnaKhabar

ଆଠ ଜିଲ୍ଲାରେ ଘଡଘଡି ସହ ବର୍ଷା, ସର୍ତକ କଲା ପାଣିପାଗ ବିଭାଗ

126

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଲାଗି ରହିଥିବାର ଦେଖିବାକୁ ମିଳିଛି । ଏ ନେଇ ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଝଡବର୍ଷା ସହ ବଜ୍ରପାତ ନେଇ 8ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡିକ ହେଉଛି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ମୟୂରଭଞ୍ଜ, ଯାଜପୁର, ଜଗତସିଂହପୁର, କଟକ ଓ ଖୋର୍ଦ୍ଧା । ଏହି ସମୟରେ ଘରୁ ନ ବାହାରିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

୨ରୁ ବର୍ଷା ଆରମ୍ଭ,୪ରେ ଆଉ ଏକ ଲଘୁଚାପ