OnaKhabar

15 ଜିଲ୍ଲାରେ ପ୍ରବଳ ବର୍ଷିବ, ସର୍ତକ କଲା ପାଣିପାଗ ବିଭାଗ

251

ଭୁବନେଶ୍ୱର: ଆଜି ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାରି ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର 15 ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସମ୍ପୃକ୍ତ ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼ ଓ ଝାରସୁଗୁଡ଼ା, ବାଲେଶ୍ୱର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୋନପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ । ତା’ଛଡ଼ା ଓଡ଼ିଶାର ଅନେକ ଜାଗାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହି ଲଘୁଚାପ ହେଲେ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ମଧ୍ୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ହତ୍ୟା ଓ ଅପହରଣ ଧମକ ଦେଇ ୪ ଅଭିଯୁକ୍ତ ଗିରଫ

Comments are closed.