OnaKhabar

ଆସନ୍ତା ୨୪ ଘଣ୍ଟାରେ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

447

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଧିରେ ଧିରେ ଘନିଭୂତ ହେଉଛି । ତେବେ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର୍‌ ଅଜୟ କୁମାର ନାୟକ କହିଛନ୍ତି, “ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼,କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ ଓ ଢେଙ୍କାନାଳ। ତା’ଛଡ଼ା ସୁନ୍ଦରଗଡ଼, ଝାରସୁଗୁଡ଼ା,ବରଗଡ଼, ପୁରୀ, କଳାହାଣ୍ଡି, ବଲାଙ୍ଗିର, ବୌଦ୍ଧ ଓ ସୋନପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଓ ଏଥିପାଇଁ ସତର୍କ ସୂଚନା ଜାରି କରାଯାଇଛି।”
ସେ ଆହୁରି କହିଛନ୍ତି,“ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଏହି ସମୟରେ ଉପକୂଳବର୍ତ୍ତୀ ଅଞ୍ଚଳରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।”

Comments are closed.