OnaKhabar

ପୁଣି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

351

ଭୁବନେଶ୍ୱର : ପୁଣି ଆଉ ଏକ ଲଘୁଚାପ ହେବାର ସମ୍ଭାବନା ଅଛି | ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି | ଉତ୍ତର ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଲଘୁଚାପ ପ୍ରଭାବରେ ଆଜି ଠାରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା କରାଯାଉଛି ।
ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇସାରିଛି । ଆଜି ପାଗ ମେଘୁଆ ରହିବା ସହ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ, କଟକ, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କିନ୍ତୁ ୩୦ ଓ ୩୧ ତାରିଖରେ କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧ରୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।