OnaKhabar

୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

257

ଭୁବନେଶ୍ୱର: ୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି | ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଆଭ୍ୟନ୍ତରୀଣ ଓଡ଼ିଶାରେ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଳାରେ ବର୍ଷା ହୋଇପାରେ। ତେବେ ୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।
୫ଟି ଜିଲ୍ଲା ଯଥା ସୋନପୁର, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା, ନୂଆପଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସୂଚନା ଦେଇଛି ପାଣିପାଗ ବିଭାଗ। ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ସମ୍ବଲପୁରରେ ସର୍ବାଧିକ ୧୬୫.୬ମିମି ବର୍ଷା ରେକର୍ଡ଼ ହୋଇଛି। ରାଜ୍ୟରେ ଲାଗି ରହିଥିବା ଲଗାଣ ବର୍ଷାର ପ୍ରଭାବରେ ଅନେକ ଜିଲ୍ଲାରେ ବନ୍ୟା ସ୍ଥିତି ମଧ୍ୟ ଉପୁଜିଛି ।