OnaKhabar

ଆଗକୁ ଆହୁରି ବର୍ଷିବ : ୪ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

399

ଭୁବନେଶ୍ୱର: ଛତିଶଗଡ଼ ଓଡ଼ିଶା ଝାଡ଼ଖଣ୍ଡ ସୀମାର ସ୍ଥଳଭାଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାର ସୂଚନା ମିଳିଛି । ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଗତ ରାତିରୁ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ଲାଗି ରହିଛି । ଏବେ ମୌସୁମୀ ସକ୍ରିୟ ରହିଛି । ରାଜଧାନୀ ଭୁବନେଶ୍ବରରେ ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି ।

ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୪ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ରୁ ୧୪ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଦିନ ୧ଟା ୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, ଯାଜପୁର, ବାଲେଶ୍ବର, ମୟୁରଭଞ୍ଜ, ଭଦ୍ରକ, ଗଞ୍ଜାମ, ନୟାଗଡ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Comments are closed.