OnaKhabar

ଭୁବନେଶ୍ୱରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

24

ଭୁବନେଶ୍ୱର: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ଆଜି ସଂନ୍ଧ୍ୟା ୭ଟା ୧୨ରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଗତ ଜଣାଇଛନ୍ତି। ଆଜି ରାଜଭବନରେ ରାଷ୍ଟ୍ରପତିଙ୍କ ରାତ୍ରି ଯାପନ କରିବାର ବ୍ୟବସ୍ଥା କରାଯାଇଛି । କାଲି ୨ଟି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କୁ ଝାଡ଼ଖଣ୍ଡ ରାଜ୍ୟପାଳ ଦୌପଦୀ ମୁର୍ମୁ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ସ୍ୱାଗତ ଜଣାଇଛନ୍ତି।

ସୂଚନା ଅନୁସାରେ,ଗତକାଲି ପୂର୍ବାହ୍ନରେ ସେ ଖୋର୍ଧାର ବରୁଣେଇ ପୀଠକୁ ଯିବେ। ସେଠାରେ ହେବାକୁ ଥିବା ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ ସଭାରେ ଯୋଗଦେବେ। ସେଠାରୁ ଉତ୍କଳ ବିଶ୍ବବିଦ୍ୟାଳୟ ଆସି ପ୍ଲାଟିନମ ଜୁବୁଲିର ଉଦଯାପନୀ କାର‌୍ୟ୍ୟକ୍ରମରେ ଯୋଗ ଦେବେ। ବାଣୀବିହାରରୁ ଦିନ ପ୍ରାୟ ୧.୪୫ରେ ରାଜଭବନ ଫେରିବେ। ରାଜଭବନରେ କିଛି ସମୟ ବିଶ୍ରାମ ନେବା ପରେ ସଂଧ୍ୟା ପ୍ରାୟ ୫ଟା ୨୦ରେ ଦିଲ୍ଲୀ ଅଭିମୁଖେ ଫେରିଯିବାର କାର‌୍ୟ୍ୟକ୍ରମ ରହିଛି।