OnaKhabar

ଆଜି ପବିତ୍ର ଧନୁ ସଂକ୍ରାନ୍ତି

8

ପୁରୀ: ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଏହି ତିଥିରେ ଶ୍ରୀମନ୍ଦିରରେ ପାଳିତ ହୋଇଯାଇଛି ସ୍ୱତନ୍ତ୍ର ନୀତିକାନ୍ତି । ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଆଜି ରାତ୍ର ୩ଟାରୁ ଦ୍ୱାରଫିଟା ହେବାସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି ପହିଲି ଭୋଗ । ପହିଲି ଭୋଗରେ ବିରି, ଗହମଚୂନା ଘୃତ ପାଗ ହୋଇଥିବା ପିଠା ଏବଂ ଧନୁମୁଆଁ ଲାଗି ହୋଇଛି । ଗୋପାଳବଲ୍ଲଭ ପରେ ପହିଲି ଭୋଗ ସମ୍ପନ୍ନ ହୋଇଛି ।

ଏହି ଅବସରରେ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ବହୁ ପ୍ରତିକ୍ଷୀତ ପହିଲି ଭୋଗର ମହତ୍ୱ ଅନ୍ୟ ଦିନ ମିଳୁଥିବା ଭୋଗ ତୁଳନାରେ ସ୍ୱତନ୍ତ୍ର ସ୍ଥାନ ରହିଛି । ଆଜିଠାରୁ ମକର ସଂକ୍ରାନ୍ତି ଯାଏଁ ପହଲି ଭୋଗ ପ୍ରସ୍ତୁତ କରାଯାଏ ବୋଲି ଜଣାଯାଇଛି ।

ସତ୍ୟବାଦୀରେ ଲଜ୍ଜା