32.1 C
Bhubaneswar
Thursday, March 28, 2024
Homeକରୋନା ଓଡିଶାରାଜ୍ୟରେ ଆଜି ୨୦୨ ନୂଆ କରୋନା ସଂକ୍ରମିତ: ୪୫ ଜଣ ୧୮ ବର୍ଷରୁ କମ୍ ବୟସର

ରାଜ୍ୟରେ ଆଜି ୨୦୨ ନୂଆ କରୋନା ସଂକ୍ରମିତ: ୪୫ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୨୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୪ଟି ଜିଲ୍ଲାରୁ ୨୦୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୦ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ବର ଜିଲ୍ଲାରୁ ୪, ବରଗଡ଼ରୁ ୧୦, ଭଦ୍ରକରୁ ୧, ବଲାଙ୍ଗୀର ଜିଲ୍ଲାରୁ ୩, କଟକରୁ ୧୧ ଜଣ, ଦେବଗଡ଼ରୁ ୧, ଗଜପତିରୁ ୪, ଗଞ୍ଜାମରୁ ୧, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୬ ଜଣ, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୭, କନ୍ଧମାଳରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୧୧, ନୟାଗଡ଼ ଜିଲ୍ଲାରୁ ୭ ଜଣ, ନୂଆପଡ଼ାରୁ ୬, ପୁରୀରୁ ୪ ଜଣ, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୭ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୪୧ ଜଣ ଓ ଷ୍ଟେଟପୁଲରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୨, ୫୩୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୨, ୦୯୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪୦୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking