OnaKhabar

ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ସାଂସଦ ମୋରିସ କୁଜୁରଙ୍କ ପରଲୋକ

6

ସୁନ୍ଦରଗଡ଼ : ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ସାଂସଦ ମୋରିସ କୁଜୁରଙ୍କ ପରଲୋକ ଘଟିଛି । ଆଜି ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ମୃତୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। କୁଜୁର ୧୯୩୫ ମସିହାରେ ସୁନ୍ଦରଗଡ଼ ଜିଲ୍ଲା କିଞ୍ଜିରକେଲା ଥାନା ଅନ୍ତର୍ଗତ ଭାଲୁମୁଣ୍ଡାରେ ନଭେମ୍ବର ୨ ତାରିଖରେ ଜନ୍ମ ହୋଇଥିଲେ। ସେ ୧୯୮୪ ରୁ ୧୯୮୯ ଯାଏ ଲୋକସଭା ସାଂସଦ ଥିଲେ। ଏଥିସହ ୧୯୯୬ରୁ ୨୦୦୨ ଯାଏ ରାଜ୍ୟସଭା ସାଂସଦ ଏବଂ ୨୦୦୮ ରୁ ୧୧ ଯାଏ ଜାତୀୟ ଏସଟି କମିଶନ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ତୁଲାଇଥିଲେ। ସେ ଜିଲ୍ଲାରେ ଅନେକ ଉନ୍ନୟନ ମୂଳକ କାର୍ଯ୍ୟ କରିଛନ୍ତି।

୧୪ରେ କଂଗ୍ରେସ ପ୍ରଭାରୀ ଜିତେନ୍ଦ୍ର ସିଂହ ଓଡ଼ିଶା ଆସୁଛନ୍ତି