OnaKhabar

ପ୍ରଧାନଶିକ୍ଷକ ସୁରେଶ ଚନ୍ଦ୍ର ଦାସଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

7

ଯାଜପୁର:ଯାଜପୁର ସୁଜନପୁରସ୍ଥିତ ରୁଦ୍ରଚରଣ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁରେଶ ଚନ୍ଦ୍ର ଦାସଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି ଅବସରରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ବରୀ ବିଧାୟିକା ସୁନନ୍ଦା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନିଜ ଶିକ୍ଷକଙ୍କ ଜୀବନାଦର୍ଶ ସଂପର୍କରେ ଆଲୋଚନା କରି ସମ୍ବର୍ଦ୍ଧିତ କରିଥିଲେ । ଏହି ଅବସରରେ ସମଗ୍ରଶିକ୍ଷାର ଜିଲାପ୍ରକଳ୍ପ ସଂଯୋଜକ ବିଷ୍ଣୁଚରଣ ସୁତାର ,ସ୍ଥାନୀୟ ଜିଲାପରିଷଦ  ସଦସ୍ୟ,ସମାଜସେବୀ ଗଣେଷ ମହାକୁଡ଼ ପ୍ରମୁଖ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରି ତାଙ୍କର ଦୀର୍ଘ ନିରାମୟ ଜୀବନ କାମନା କରିଥିଲେ । ଏହି ପରିପ୍ରେକ୍ଷୀରେ ବୁଦ୍ଧିଜିବି ସମେତ ବହୁ ପୁରାତନ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।