OnaKhabar

ନିଜାମୁଦ୍ଦିନ୍ ଧାର୍ମିକ ସମ୍ମିଳନୀକୁ ଯାଇଥିବା ବ୍ୟକ୍ତି ଯାଜପୁରରୁ ଚିହ୍ନଟ

ଯାଜପୁର : ଦିଲ୍ଲୀସ୍ଥିତ ନିଜାମୁଦ୍ଦିନରେ ଅନୁଷ୍ଠିତ ଏକ ଧାର୍ମିକ ସମ୍ମିଳନୀରୁ ଫେରିଥିବା ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଶାସନ୍ଦା ଗ୍ରାମର ଜଣେ ୫୦ବର୍ଷୀୟ ବ୍ୟକ୍ତିଙ୍କୁ ମଙ୍ଗଳବାର ବିଳମ୍ଵିତ ରାତିରେ ବିଂଝାରପୁର ପ୍ରଶାସନ ଉଠାଇ ନେଇଛି । ସେ ଗତ ୧୭ ତାରିଖରେ ଦିଲ୍ଲୀରୁ ବାହାରି ୧୯ ତାରିଖରେ ଘରେ ପହଞ୍ଚିଥିଲେ । ନିଜାମୁଦ୍ଦିନ ଫେରନ୍ତା ଜଣକ ପରିବାର ସମେତ ଗ୍ରାମର ବହୁ ଲୋକଙ୍କ ସହିତ ମିଳାମିଶା କରିଥିବା ଜଣାଯାଇଛି । ପୁଣି ଧାର୍ମିକ ସମ୍ମିଳନୀରୁ ଫେରିଲା ପରେ ତାଙ୍କୁ ଥଣ୍ଡା ଓ ଜ୍ଵର ହୋଇଥିଲା । ପରେ ଔଷଧ ଖାଇ ଭଲ ହୋଇଥିଲେ ବୋଲି ପରିବାର ଲୋକ କହିଛନ୍ତି । ତେବେ ବର୍ତ୍ତମାନ ସେ ସୁସ୍ଥ ଅଛନ୍ତି ବୋଲି କୁହାଯାଇଛି । ବିଂଝାରପୁର ତହସିଲଦାର ଅସ୍ମୀତା ଦାଶ, ଆଇଆଇସି ଶିବଚରଣ ବେହେରା ଓ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧିକାରୀ ପ୍ରମୁଖ ମଧ୍ୟ ରାତ୍ରିରେ ଶାସନ୍ଦା ଗ୍ରାମରେ ପହଞ୍ଚି ତାଙ୍କୁ ନେଇ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ନେଇଥିବା ଜଣାଯାଇଛି। ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ. ଅରୁଣ କୁମାର ପାତ୍ରଙ୍କୁ ଅଚାନକ ବଦଳି କରାଯାଇଛି ତାଙ୍କ ସ୍ଥାନରେ ଡ. ସୁଧାଂଶୁ ଶେଖର ବଳ ଦାୟିତ୍ୱରେ ରହିବେ ବୋଲି ସୂଚନା ମିଳିଛି।