OnaKhabar

ରାଜ୍ୟରେ ପୁଣି ୫ କରୋନା ପଜିଟିଭ୍ ଚିହ୍ନଟ, ସଂଖ୍ୟା ଛୁଇଁଲା ୧୧୯୫କୁ

ଭୁବନେଶ୍ୱର : ରାଜ୍ୟରେ ପୁଣି ୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆକ୍ରା” ୫ଜଣ ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ’ ବ୍ଲକ୍‌ରୁ୨ଜଣ ଏବଂ ଟାଙ୍ଗର ପାଲି ବ୍ଲକ୍‌ରୁ ଜଣେ ଚିହ୍ନଟ ହୋଇଛନ୍ତି । ସମସ୍ତେ ମହାରାଷ୍ଟ୍ରରୁ ଫେରିଥଲେ । ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୨୩ଜଣ ସୁସ୍ଥ ହୋଇଛନ୍ତି ଅନ୍ୟ ୧୦ଜଣ ଚିକିତ୍ସିତ ହେଉଛନ୍ତି । ଏ ନେଇ ସୂଚନା ଦେଇଛନ୍ତି ସୁନ୍ଦରଗଡ଼ ଜିଲ୍ଲାପାଳ ।

ସୂଚନାଯୋଗ୍ୟ, ଆଜି ସକାଳେ ରାଜ୍ୟରେ ୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେଇଥିଲେ । ସନ୍ଧ୍ୟାରେ ଜଣେ ୫ବର୍ଷର ଶିଶୁପୁତ୍ର ଝାରସୁଗୁଡ଼ା ଜିଲ୍ଲାରୁ ଚିହ୍ନଟ ହୋଇଥିଲେ । ଆଜି ଗୋଟିଏ ଦିନରେ ରାଜ୍ୟରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ୯୨ଜଣ ।

ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୯୫କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୭ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୪୩୬ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୭୫୨ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।

୫ବର୍ଷର ଶିଶୁପୁତ୍ର କରୋନା ପଜିଟିଭ୍‌