19.1 C
Bhubaneswar
Friday, November 22, 2024
Homeଓଡିଶାଦିନ ୧୧ଟା ସୁଦ୍ଧା ୨୧.୦୭% ଭୋଟିଂ

ଦିନ ୧୧ଟା ସୁଦ୍ଧା ୨୧.୦୭% ଭୋଟିଂ

ଭୁବନେଶ୍ୱର : ୫ ଲୋକସଭା ଆସନ ୩୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସକାଳ ୭ଟାରୁ ଦ୍ୱିତୀୟ ପର୍ୟ୍ୟାୟ ମତଦାନ ଆରମ୍ଭ ହୋଇଛି। ଦ୍ୱିତୀୟ ପର୍ଯ୍ୟାୟ ମତଦାନ : ଦିନ ୧୧ଟା ସୁଦ୍ଧା ୨୧.୦୭% ଭୋଟିଂ । ଆସିକା ଲୋକସଭା କ୍ଷେତ୍ରରେ ୨୧.୫୩% ଭୋଟିଂ । ସେହିପରି ଲୋକସଭା କ୍ଷେତ୍ରରେ ୨୨.୯୫% ଭୋଟିଂ । ବଲାଙ୍ଗୀର ୧୭.୯୦ ଓ କନ୍ଧମାଳ ୨୧.୧୯% ଭୋଟିଂ । ସୁନ୍ଦରଗଡ ଲୋକସଭା କ୍ଷେତ୍ରରେ ୨୨.୧୯% ଭୋଟିଂ । ସୂଚନା ଯୋଗ୍ୟ ଯେ, ରାଜ୍ୟରେ ସକାଳ ୯ଟା ସୁଦ୍ଧା ୬.୯୯ ପ୍ରତିଶତ ମତଦାନ ହୋଇଥିଲା । ଝାରସୁଗୁଡ଼ାରେ ସର୍ବାଧିକ ୯.୮୬% ଭୋଟିଂ ହୋଇଥିବା ବେଳେ ବଲାଙ୍ଗିରରେ ସର୍ବନିମ୍ନ ୪.୯୬% ମତଦାନ ହୋଇଥିଲା। ଆଜି ୫ ଲୋକସଭା ଆସନ ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ ଏବଂ ଏହା ଅଧୀନସ୍ଥ ୩୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟିଂ ଚାଲିଛି। ଏହି ୫ ସଂସଦୀୟ କ୍ଷେତ୍ରରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୪୦ଲକ୍ଷ ୩୩ ହଜାର ୯୯୨ ପୁରୁଷ, ୩୯ ଲକ୍ଷ ୩୫ ହଜାର ୪୪ ମହିଳା ଭୋଟର ଏବଂ ୮୫୧ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି। ସେହିପରି ୨ ଲକ୍ଷ ୧୩ ହଜାର ୧୨୯ ଜଣ ପ୍ରଥମ ଥର ଭୋଟ୍ ଦେବାକୁ ଯାଉଥିବା ବେଳେ ୧୬ ଲକ୍ଷ ୯୮ ହଜାର ୫୧୬ ଜଣ ଯୁବ ତଥା ୨୦ରୁ ୨୯ ବର୍ଷ ବୟସର ଭୋଟର ଅଛନ୍ତି। ଏହି ପର୍ୟ୍ୟାୟରେ ଭୋଟ ପାଇଁ ୯ ହଜାର ୧୪୮ ମତଦାନ କେନ୍ଦ୍ର ରହିଛି। ଏଥିମଧ୍ୟରୁ ୧ ହଜାର ୯୦ଟି ସହରାଞ୍ଚଳ ଏବଂ ୮ ହଜାର ୫୮ଟି ଗ୍ରାମାଞ୍ଚଳରେ ରହିଛି। ୧ହଜାର ୪୧ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ୱାରା ଓ ୨୫ଟି ସମ୍ପୂର୍ଣ୍ଣ ଭାବେ ଭିନ୍ନକ୍ଷମ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ। ୧ହଜାର ୫୪୧ଟି ଆଦର୍ଶ ମତଦାନ କେନ୍ଦ୍ର କରାଯାଇଛି। ତେବେ ଏହି ପର୍ୟ୍ୟାୟରେ ୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ୍ ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking