35.1 C
Bhubaneswar
Monday, June 17, 2024
Homeଓଡିଶାଦିନ ୧୧ଟା ସୁଦ୍ଧା ୨୧.୩୦% ମତଦାନ

ଦିନ ୧୧ଟା ସୁଦ୍ଧା ୨୧.୩୦% ମତଦାନ

ଭୁବନେଶ୍ୱର : ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି । ତେବେ ଦିନ ୧୧ଟା ସୁଦ୍ଧା ମୋଟ ୨୧.୩୦ ପ୍ରତିଶତ ମତଦାନ ହୋଇଛି । ସକାଳ ୯ଟା ସୁଦ୍ଧା ଭୋଟହାର ୭.୪୩ ପ୍ରତିଶତ ରହିଥିଲା । ପ୍ରକାଶ ଯେ ରାଜ୍ୟରେ ଆଜି ତୃତୀୟ ପର୍ୟ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ଏହା ପୂର୍ବରୁ ବିଭିନ୍ନ ସ୍ଥାନରେ ମକ୍ ପୋଲିଂ ହୋଇଛି। ସକାଳୁ ସକାଳୁ ଅସହ୍ୟ ଗୁଳୁଗୁଳି ସତ୍ତ୍ୱେ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲଗାଇଛନ୍ତି। ଆଜି ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଛି। ୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନରେ ଅଛନ୍ତି ୬୪ ପ୍ରାର୍ଥୀ। ସେମାନଙ୍କ ମଧ୍ୟରୁ ୫୫ ଜଣ ପୁରୁଷ ଓ ୯ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୩୮୩ ପ୍ରାର୍ଥୀ । ଏମାନଙ୍କ ମଧ୍ୟରୁ ୩୩୯ ଜଣ ପୁରୁଷ ଏବଂ ୪୪ ଜଣ ମହିଳା ପ୍ରାର୍ଥୀ ଅଛନ୍ତି।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking