30.1 C
Bhubaneswar
Tuesday, May 21, 2024
Homeଓଡିଶାରାଜ୍ୟରେ ଆଉ ୨୧ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଆଉ ୨୧ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର: ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ପୁଣି ଦୁଇ ଅଙ୍କ ଛୁଇଁଛି। ରାଜ୍ୟରେ ୨୧ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୭୭୫କୁ ବୃଦ୍ଧି ପାଇଛି। ସୂଚନା ଅନୁଯାୟୀ ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ ମୃତକ ଅଛନ୍ତି। ଅପରପକ୍ଷରେ ସୁନ୍ଦରଗଡ଼, ବାଲେଶ୍ବର ଓ କଟକ ଜିଲ୍ଲାର ଦୁଇ ଜଣ ଲେଖାଏଁ କୋଭିଡ ସଂକ୍ରମିତ ପ୍ରାଣ ହରାଇଛନ୍ତି।

ଏଣେ ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ନୂଆପଡ଼ା, ପୁରୀ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଅଛନ୍ତି। ଏମାନଙ୍କ ମଧ୍ୟରେ ୭ ଜଣ ମହିଳା ଅଛନ୍ତି। ଏଣେ ସୁନ୍ଦରଗଡ଼ର ଏକ ୩ ମାସର ଶିଶୁପୁତ୍ର ଓ ୯ ବର୍ଷର ବାଳକ ମୃତ୍ୟୁବରଣ କରିଥିବା ଜଣାଯାଇଛି। ଖୋର୍ଦ୍ଧା ଜିଲ୍ଲାୁରୁ ଜଣେ ମାତ୍ର ସଂକ୍ରମିତଙ୍କ ମୃତ୍ୟୁ ରାଜଧାନୀବାସୀଙ୍କୁ କିଛିଟା ଆଶ୍ବସ୍ତି ଦେଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking