33.1 C
Bhubaneswar
Sunday, April 28, 2024
Homeଓଡିଶାରାଜ୍ୟରେ ଆଜି ୨୧ ଜିଲ୍ଲାକୁ କାଳବୈଶାଖି ସତର୍କତା

ରାଜ୍ୟରେ ଆଜି ୨୧ ଜିଲ୍ଲାକୁ କାଳବୈଶାଖି ସତର୍କତା

ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଖରା ବର୍ଷାର ଲୁଚକାଳି ଖେଳ। ରାଜ୍ କରିବ କାଳବୈଶାଖୀ । ମଧ୍ୟାହ୍ନରେ ତାତି ରହିଲେ ମଧ୍ୟ ଅପରାହ୍ନରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିବ। ଏଥିପାଇଁ ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ବାଦ୍ ଦେଲେ ବାକି ୨୧ଟି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ।

ବିହାରଠାରୁ ଉତ୍ତର ଓଡ଼ିଶା ଦେଇ ଝାଡଖଣ୍ଡ ପର୍ଯ୍ୟନ୍ତ ଲମ୍ବିଥିବା ଟ୍ରପଲାଇନ୍ ପ୍ରଭାବରେ ରାଜ୍ୟରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି । କାଳବୈଶାଖୀକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି। ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷ କରି କାଳବୈଶାଖୀ ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking