32.1 C
Bhubaneswar
Wednesday, April 15, 2026
Homeଓଡିଶା୨୧ରୁ ୩୧ ଯାଏଁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା

୨୧ରୁ ୩୧ ଯାଏଁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର: ଜୁଲାଇ ୨୧ରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେଉଥିବା ବେଳେ ବୋର୍ଡ ୱେବସାଇଟ୍‌ରେ ଆଡ୍‌ମିଟ୍ କାର୍ଡ ଉପଲବ୍ଧ କରାଯାଇଛି। ମାଧ୍ୟମକି ଶିକ୍ଷା ପରିଷଦ ପକ୍ଷରୁ ପ୍ରେସ୍ ରିଲିଜ୍ ଜରିଆରେ ଏହି ସୂଚନା ଦିଆଯାଇଛି। ଛାତ୍ରଛାତ୍ରୀ www.bseodisha.acକୁ ଯାଇ ସେମାନଙ୍କ ଆଡ୍‌ମିଟ୍ କାର୍ଟ ଡାଉନ୍‌ଲୋଡ୍ କରିପାରିବେ। ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀମାନେ ମଧ୍ୟ ଏଥିରୁ ସେମାନଙ୍କ ଆଡ୍‌ମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ। ଜୁଲାଇ ୨୧ରୁ ୩୧ ତାରିଖ ପର୍ୟ୍ୟନ୍ତ ମାଟ୍ରିକ ସପ୍ଳିମେଣ୍ଟାରୀ ଓ ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ଅନୁଷ୍ଠିତ ହେବ। ୯୭୨ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ସେମାନଙ୍କ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ୮୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି।ସେହିଭଳି ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ୧୨୧ଟି କେନ୍ଦ୍ର କରାଯାଇଛି। ଏହି କେନ୍ଦ୍ରଗୁଡ଼ିକରେ ମୋଟ ୨୪ ହଜାର ୫୨୦ ଜଣ ପରୀକ୍ଷା ଦେବେ। ଏହି ପରୀକ୍ଷା ସମ୍ବନ୍ଧରେ କୌଣସି ଦ୍ୱନ୍ଦ୍ୱ ଥିଲେ ବା ଅଧିକ କିଛି ଜାଣିବାର ଥିଲେ ପରୀକ୍ଷାର୍ଥୀମାନେ ୦୭୬୧-୨୪୧୫୩୦୫କୁ ଫୋନ୍ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking