26.1 C
Bhubaneswar
Tuesday, May 7, 2024
Homeଓଡିଶାବଡ଼ଖବର : ରାଜ୍ୟରେ ଆଜି ୨୨ ଜୀବନ ନେଲା କରୋନା

ବଡ଼ଖବର : ରାଜ୍ୟରେ ଆଜି ୨୨ ଜୀବନ ନେଲା କରୋନା

ଭୁବନେଶ୍ୱର : ଓଡିଶାରେ କରୋନା ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଏହି କ୍ରମରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୨୭୩କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳରୁ ୩ ଜଣ ଆଜି ବୁଜିଛନ୍ତି । ସେହିପରି କଳାହାଣ୍ଡି, କେନ୍ଦ୍ରାପଡା, ରାୟଗଡା, ସୁନ୍ଦରଗଡ, ବଲାଙ୍ଗିର, ବୌଦ୍ଧ, କଟକ, ଦେବଗଡ଼. ଗଜପତି, ଗଞ୍ଜାମ ଓ କନ୍ଧମାଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଅନ୍ୟପଟେ ଆଜି ରାଜ୍ୟରେ ସର୍ବାଧିକ ୧୨ହଜାର ୩୯୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୯୩୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫ ହଜାର ୪୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ହଜାର ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୭୯ ହଜାର ୬୮୭କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ୧,୦୪,୦୧୬ ଥିବା ବେଳେ ୪,୮୨,୩୪୫ ଜଣ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking