29.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗବଡ଼ ଖବର ; ରେକର୍ଡ ଭାଙ୍ଗିଲା କରୋନା ଆକ୍ରାନ୍ତ, ସର୍ବାଧିକ ୨୨୫ଚିହ୍ନଟ

ବଡ଼ ଖବର ; ରେକର୍ଡ ଭାଙ୍ଗିଲା କରୋନା ଆକ୍ରାନ୍ତ, ସର୍ବାଧିକ ୨୨୫ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ସର୍ବାଧିକ ୨୨୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭୨୩କୁ ବୃଦ୍ଧିପାଇଛି । ଚିହ୍ନଟ ହୋଇଥିବା ୨୨୫ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ୧୯୬ଜଣ ଚିହ୍ନଟ ହୋଇଥିବାେବେଳ ୨୯ଜଣ ସ୍ଥାନୀୟ ମାମାଲା ବୋଲି ଜଣାପଡ଼ିଛି । ଆଜି ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଆକ୍ରାନ୍ତ କେବେବି ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇ ନଥିଲେ । ଯଦି ଲୋକମାନେ ସଚେତନ ନ ହୁଅନ୍ତି ତେବେ ଆଗକୁ ଆହୁରି ସ୍ଥିତି ଭୟଙ୍କର ହେବ ବୋଲି ଜଣାପଡ଼ୁଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ୧୬ଜିଲ୍ଲାରୁ ୨୨୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କଟକରୁ ସର୍ବାଧିକ ୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗଞ୍ଜାମରେ ୨୦, ଖୋର୍ଦ୍ଧାରେ ୧୯, କନ୍ଧମାଳ ୧୫ ଓ ପୁରୀରୁ ୧୫ଜଣ, ଜଗତସିଂହପୁର ୧୩, ନୟାଗଡ଼ ଓ ଢ଼େଙ୍କାନାଳରୁ ୭ଜଣ, ମୟୁରଭଞ୍ଜରୁ ୯, ବଲାଙ୍ଗୀରରୁ ୧୨ଜଣ, କଳାହାଣ୍ଡି ୩, ବାଳେଶ୍ୱର ୨, ଭଦ୍ରକ ୫, କେନ୍ଦ୍ରାପଡ଼ାରୁ ୪ଜଣ, ଅନୁଗୁଳ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭୨୩କୁ ବୃଦ୍ଧିପାଇଛି । ସେଥିମଧ୍ୟରୁ ୧୦ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୨୪୭୪ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟ ୧୨୩୬ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking