34.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ଆଉ ୨୨୯ କରୋନା ପଜିଟିଭ ଚିହ୍ନଟ: ସଂଖ୍ୟା ଛୁଇଁଲା ୭୫୪୫କୁ

ରାଜ୍ୟରେ ଆଉ ୨୨୯ କରୋନା ପଜିଟିଭ ଚିହ୍ନଟ: ସଂଖ୍ୟା ଛୁଇଁଲା ୭୫୪୫କୁ

ଭୁବନେଶ୍ୱର : ରାଜ୍ୟରେ ଆଉ ୨୨୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୯୩ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ଓ ଅନ୍ୟ ୩୬ ଜଣ ସ୍ଥାନୀୟ କେସ୍ ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସୂଚନା ଦିଆଯାଇଛି । ଆଜି ଚିହ୍ନଟ ହୋଇଥିବା ୨୨୯ ଜଣ କରୋନା ଆକ୍ରାନ୍ତ ୧୯ ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ୭୫୪୫ଟି ମୋଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧୫୭ଟି ଆକ୍ଟିଭ କେସ୍ ରହିଛି । ୨୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩୫୩ ଜଣ ସୁସ୍ଥ ହୋଇଛନ୍ତି ।

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୨୪ ଜଣ , ଯାଜପୁରରୁ ୨୨ ଜଣ , ଖୋର୍ଦ୍ଧାରୁ ୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୧୭ ଜଣ , କଟକ ଜିଲ୍ଲାରୁ ୧୨ ଜଣ , ଝାରସୁଗୁଡ଼ାରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ରୁ ୭ ଜଣ , ନୟାଗଡ଼ରୁ ୫ ଜଣ , ପୁରୀରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବୌଦ୍ଧରୁ ୩ ଜଣ ଏବଂ ମୟୁରଭଞ୍ଜରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳ , ବରଗଡ଼ , ଦେବଗଡ଼ ଓ ଗଜପତିରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଜଗତସିଂହପୁର , କେନ୍ଦୁଝର, କୋରାପୁଟରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।


ଏବେ ରାଜ୍ୟରେ ୭୫୪୫ଟି ମୋଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧୫୭ଟି ଆକ୍ଟିଭ କେସ୍ ରହିଛି । ୨୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩୫୩ ଜଣ ସୁସ୍ଥ ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking