ଭୁବନେଶ୍ୱରୁ ପୁଣି ବାହାରିଲେ ୨୨୯ ପଜିଟିଭ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୭ ଓ ସ୍ଥାନୀୟ ଅଞ୍ଚଳରୁ ୧୮୨ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୦୮ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୭ ହଜାର ୬୭୦ କୁ ବୃଦ୍ଧି ପାଇଛି । ମୋଟ ୨୭ ହଜାର ୬୭୦ ପଜିଟିଭ ମଧ୍ୟରୁ ୧୪୨୭ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୪ ହଜାର ୭୮୫ ଜଣ ସୁସ୍ଥ ଓ ୨,୭୪୯ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here