19.1 C
Bhubaneswar
Tuesday, February 10, 2026
Homeଓଡିଶା୨୩ରୁ ୩ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା; ଲଘୁଚାପ ସୃଷ୍ଟି ହେବା ପରେ ବତ୍ୟା ନେଇ ସ୍ପଷ୍ଟ...

୨୩ରୁ ୩ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା; ଲଘୁଚାପ ସୃଷ୍ଟି ହେବା ପରେ ବତ୍ୟା ନେଇ ସ୍ପଷ୍ଟ ଚିତ୍ର ମିଳିବ

ଭୁବନେଶ୍ୱର: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆସନ୍ତା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ତେବେ ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବ। ତେବେ ବର୍ତ୍ତମାନ ସୁଦ୍ଧା ବାତ୍ୟା ଉପରେ କୌଣସି ଆକଳନ କରାଯାଇନଥିବାବେଳେ ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ ବୋଲି ସୂଚନା ଦିଆଯାଇଛି। ଆଜି ଉତ୍ତର ଆଣ୍ଡାମାନ ସାଗର ନିକଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବାୟୁମଣ୍ଡଳର ଉପରି ଭାଗରେ ଏହା ୫.୮ କିମି ପର୍ଯ୍ୟନ୍ତ ବ୍ୟାପ୍ତ ରହିଛି। ଏହା ଧୀରେ ଧୀରେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆସନ୍ତା ୨୧ ତାରିଖରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ।

ଏହା ଅବପାତର ରୂପ ନେଇ ସ୍ଥଳଭାଗ ମୁହାଁ ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି। ତେବେ ଏହା କେଉଁଠି ସ୍ଥଳଭାଗ ଅତିକ୍ରମ କରିବ ଓ ଏହାର ରୂପରେଖ କେତେ ତୀବ୍ରତର ହେବ ସେ ନେଇ ଏବେ ସ୍ପଷ୍ଟ ହୋଇପାରିନି। ସେତେବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏହା ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ ବି ବର୍ଷାର ପରିମାଣ ଅଧିକ ରହିପାରେ ବୋଲି ପୁର୍ବାନୁମାନ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଲଘୁଚାପଜନିତ ବର୍ଷା ନେଇ କୌଣସି ଆକଳନ ହୋଇ ନ ଥିବା ବେଳେ ଟ୍ରାପ ଲାଇନ୍ ପ୍ରଭାବରେ ଦିନେ ଦୁଇ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ବିଶେଷ କରି ଉତ୍ତର, ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବ।

ପାଣିପାଗ ବିଶେଷଜ୍ଞଙ୍କ ମତରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ୨୩ ତାରିଖ ବେଳକୁ ସମୁଦ୍ର ମଧ୍ୟରେ ପବନର ବେଗ ରହିବ ଘଣ୍ଟାପ୍ରତି ୪୫ରୁ ୫୦ କିଲୋମିଟର। ଏହାପରେ ୨୩ରୁ ୨୫ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାରେ ହେବ ବର୍ଷା। ଲଘୁଚାପର ପ୍ରଭାବ ଉତ୍ତର ଆନ୍ଧ୍ର, ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପରେ ରହିବ। ବାତ୍ୟା ସଂପର୍କରେ ଏଯାଏଁ ସେଭଳି କୌଣସି ପୂର୍ବାନୁମାନ କରାଯାଇନଥିବା ୨୧ ତାରିଖରେ ଲଘୁଚାପ ସୃଷ୍ଟି ହେଲା ପରେ ହିଁ ସ୍ପଷ୍ଟ ହେବ। ଅପରପକ୍ଷେ ଆଜିଠୁ ଆସନ୍ତାକାଲି ସକାଳ ଯାଏଁ ୧୯ ଜିଲ୍ଲା, ୨୦ରୁ ୨୧ ତାରିଖ ସକାଳ ଯାଏଁ ୫ ଜିଲ୍ଲା ଓ ୨୩ରୁ ୨୪ ତାରିଖ ସକାଳ ଯାଏଁ ୬ ଜିଲ୍ଲା ପାଇଁ ସମ୍ଭାବ୍ୟ ଘଡ଼ଘଡ଼ି ସହ ବର୍ଷାକୁ ଦେଖି ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଅପରପକ୍ଷେ ସମୁଦ୍ର ପତନର ତାପମାତ୍ରା ୩୨ ଡିଗ୍ରୀ ଉପରେ ରହିଛି। ଫଳରେ ବାତ୍ୟାକୁ ବଳ ଗୋଟାଇବା ପାଇଁ ପାଗ ଅନୁକୂଳ ରହିଥିବା ଜଣାପଡିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking